ନରସିଂହ ସୁସ୍ଥ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଶ୍ରୀ ମିଶ୍ର ସୁସ୍ଥ ଅଛନ୍ତି ବୋଲି ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର ଗଣମାଧ୍ୟମକୁ କହିଛନ୍ତି । କେନ୍ଦ୍ର ପେଟ୍ରୋଲିୟମ୍ ଏବଂ ପ୍ରାକୃତିକ ବାଷ୍ପମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ରଙ୍କ ଅସୁସ୍ଥ ଖବର ଜାଣିବା ପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟକାମନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନରସିଂହ ମିଶ୍ରଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ।