ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତକ ସ୍ଥାନରେ ବର୍ଷା ସମ୍ଭାବନା

0 1,744

ଭୁବନେଶ୍ୱର ୧୪.୦୩ – ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ଉତ୍ତର ଛତିଶଗଡ଼ ଏବଂ ଉତ୍ତର ମଧ୍ୟପ୍ରଦେଶ ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ଫଳରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କେତେକ ସ୍ଥାନରେ ଏହି ସମୟ ମଧ୍ୟରେ ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏନେଇ ୧୨ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଉଛି – ଯାଜପୁର, ଢେଙ୍କାନାଳ,
ଅନୁଗୁଳ, କଟକ, କେନ୍ଦୁଝର, କଳାହାଣ୍ଡି, ସୋନପୁର, ବୌଦ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ।

Leave A Reply

Your email address will not be published.