ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି

0 4,240

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଯୋଗୁଁ ସାଧାରଣ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇଛି । ଗତକାଲି ୧୭ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଏହି ସମୟରେ ଭୁବନେଶ୍ୱରଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୩ଦଶମିକ୍‍ ୨ ଡିଗ୍ରୀ ସେଲ୍‍ସିୟସ୍‍ ରହିଥିଲା । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ନୟାଗଡ଼, ଖୋର୍ଦ୍ଧା ଓ କଟକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅତି ଜରୁରୀ କାମ ନ ଥିଲେ ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି । ସେହିପରି କେତେକ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଇ ଦିଆଯାଇଛି ।

Leave A Reply

Your email address will not be published.