ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି

0
BJD AD

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଏକାମ୍ର ଅଞ୍ଚଳରେ ୧୩ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏଥିପାଇଁ ୧୦୩ କୋଟି ଟଙ୍କା ବିନିଯୋଗ ହୋଇଛି । ଏଥିରେ ଏକାମ୍ର ଅଞ୍ଚଳର ବିକାଶ ପାଇଁ ପୁରୁଣା ଭୁବନେଶ୍ୱରରେ ୨୪ ଘଣ୍ଟିଆ ଗୁଣାତ୍ମକ ପାନୀୟ ଜଳ ଯୋଗାଣ, ଧଉଳି ଶାନ୍ତି ସ୍ତୂପର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ, ଦୟା ପଶ୍ଚିମ କେନାଲ ଉପରେ ସେତୁ ନିର୍ମାଣ, ସମ୍‍ ହସ୍‍ପିଟାଲ ରାସ୍ତାର ଆଲୋକୀକରଣ, କେଦାରଗୌରୀ ମନ୍ଦିରରୁ ଅପରିଷ୍କୃତ ଜଳ ନିଷ୍କାସନ ପାଇଁ ଭୁବନେଶ୍ୱର-ପୁରୀ ରୋଡରେ ବକ୍ସ
କଲଭର୍ଟ ଆଦି ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ରହିଛି ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଲିଙ୍ଗରାଜ ଅଞ୍ଚଳକୁ ସୁନ୍ଦର କରି ଗଢ଼ିତୋଳିବା ପାଇଁ ଏକାମ୍ର ଯୋଜନା ଜନସାଧାରଣଙ୍କ
ସହଯୋଗରେ ଆରମ୍ଭ କରାଯାଇଛି । ଏହାଦ୍ୱାରା ଭୁବନେଶ୍ୱରର ଗାରିମା ଆହୁରି ବୃଦ୍ଧି ପାଇବ । ଏହି କାର୍ଯ୍ୟକ୍ରମରେ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ,୍‍ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ଜଳସେଚନ ଓ ସୂଚନା ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାଶ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା ସମେତ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।

Leave A Reply