ରାଜ୍ୟର ଏହି ଅଞ୍ଚଳରେ ଲଘୁଚାପ ଯୋଗୁଁ ବର୍ଷା ସମ୍ଭାବନା

0 936

ଭୁବନେଶ୍ୱର – ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପକୂଳରେ ସୃଷ୍ଟ ଲଘୁଚାପ ସକ୍ରିୟ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ବୋଲି ଭୁନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ଗଜପତି, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କାଳାହାଣ୍ଡି ଓ ଗଞ୍ଜାମ ଜିଲ୍ଲାର ଅଧିକାଂଶ ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି ।

ଏଥିସହ କୋରାପୁଟ, ମାଲକାନଗିରି, ରାୟଗଡା, କଳାହାଣ୍ଡି, ଗଜପତି, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୫ ତାରିଖ ସୁଦ୍ଧା ମାଲକାନଗିରି, କୋରାପୁଟ, ଗଜପତି ଓ ରାୟଗଡା ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.