ମା’ ସରସ୍ୱତୀଙ୍କ ବର୍ଣ୍ଣନା

0 1,321

 

ହିନ୍ଦୁଧର୍ମରେ ସରସ୍ୱତୀଙ୍କୁ ଜ୍ଞାନର ଦେବୀ ବୋଲି ପରିଗଣିତ କରାଯାଏ । ସେ ଜ୍ଞାନ, ବୁଦ୍ଧି, ବିବେକ, ବିଦ୍ୟାର ଉତ୍ସ ବା ପ୍ରକାଶରୂପ । ସେ ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ।

 

ପଶ୍ଚିମ ଓ ମଧ୍ୟ ଭାରତର ଜୈନ ଧର୍ମାବଲମ୍ବୀ,

ଓ ବୌଦ୍ଧ ଧର୍ମାବଲମ୍ବୀମାନେ ମାନେ ମଧ୍ୟ ସରସ୍ୱତୀଙ୍କୁ ପୂଜା କରିଥାନ୍ତି ।

 

ପାରମ୍ପରିକ ରୂପରେ ସରସ୍ୱତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧିଛନ୍ତି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ୱେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ଓଡ଼ିଆ ଭାଷାରେ ତାଙ୍କୁ ବାଣୀ ବୋଲି ମଧ୍ୟ କୁହାଯାଏ । ତାଙ୍କର ଅନ୍ୟ ନାମ ସବୁ ହେଲା ବୀଣା ପୁସ୍ତକ ଧାରିଣୀ, ବାଗ୍‌ଦେବୀ ବରଦା ଇତ୍ୟାଦି ।

ସରସ୍ୱତୀ ଶବ୍ଦର ମୂଳ ଅର୍ଥ ହେଲା – ସ୍ୱତଃ + ବତୀ, ଅର୍ଥାତ୍ ପ୍ରସରଣ ଯାହାଙ୍କର ଅଛି । ଅଜ୍ଞାନ ଅନ୍ଧକାର ମଧ୍ୟରୁ ତେଜୋମୟ ଦିବ୍ୟଧାମକୁ ବାଟ କଢାଇ ନେବାର ସେ ହେଉଛନ୍ତି ଅଧିଷ୍ଠାତ୍ରୀ ଦେବୀ । ସରସ୍ୱତୀ ଶବ୍ଦ ସରସ (ଗତି, ପ୍ରବାହ) ଓ ବତୀ (ଅଛି, ମାନା) ଶବ୍ଦରୁ ଆସିଅଛି, ଏହାର ଅର୍ଥ ଗତିଶୀଳା ଯାହା ପ୍ରଗତିର ସୂଚକ ।

 

Leave A Reply

Your email address will not be published.